You are currently viewing ଆଜି ୨୪୯୬ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ୨୪୯୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ହୁ ହୁ ହୋଇ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ସର୍ବାଧିକ ୨୪୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୯୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୦୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୧୨୬ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।