You are currently viewing କରୋନା ନେଲା ଆଜି ଆଉ ୯ ଜୀବନ

କରୋନା ନେଲା ଆଜି ଆଉ ୯ ଜୀବନ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୯ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କେନ୍ଦୁଝରରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର, ନୟାଗଡ ଓ ମୟୂରଭଞ୍ଜରୁୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।