କରୋନା ନେଲା ପୁଣି ୧୨ ଜୀବନ

ଭୁବନେଶ୍ୱର, ରାଜ୍ୟବାସୀଙ୍କୁ କରୋନା କଲବଲ କରୁଛି। ସବୁଦିନ ଶହ ଶହ ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ରାଜ୍ୟରେ। ଏହାରି ମଧ୍ୟରେ ଆଜି ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ , ଢ଼େଙ୍କାନାଳ, ଗଜପତି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.