You are currently viewing କରୋନା ନେଲା ପୁଣି ୮ ମୁଣ୍ଡ
In the Hospital Sick Male Patient Sleeps on the Bed. Heart Rate Monitor Equipment is on His Finger.

କରୋନା ନେଲା ପୁଣି ୮ ମୁଣ୍ଡ

ଭୁବନେଶ୍ୱର, ଆଜି ରାଜ୍ୟରେ ୩୮୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା, କୋରାପୁଟ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।