You are currently viewing କରୋନା ନେଲା ୧୪ ମୁଣ୍ଡ

କରୋନା ନେଲା ୧୪ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଯାଜପୁର ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।