You are currently viewing ଗୁରୁଦିବସରେ ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ

ଗୁରୁଦିବସରେ ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ଆଜି ଗୁରୁଦିବସରେ ସମ୍ମାନୀତ ହେଲେ ଗୁରୁ । ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ । ଅଜି ଗୁରୁ ଦିବସ ଅବସରରେ ବସନ୍ତ କୁମାର ସାହୁ ଓ ତାପସ କୁମାର ମହାନ୍ତିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ମିଳିଛି । ବସନ୍ତ କୁମାର ସାହୁ ବୌଦ୍ଧ ଜିଲ୍ଲା ହରଭଙ୍ଗା ସରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରନ୍ତି । ସେହିପରି ତାପସ କୁମାର ମହାନ୍ତି ଖୋର୍ଦ୍ଧା ଦୃଷ୍ଟିବାଧିତ ଭୀମଭୋଇ ବିଦ୍ୟାଳୟରେ ଶିକ୍ଷକ ଅଛନ୍ତି । ଦୁଇ ଓଡ଼ିଆ ଶିକ୍ଷକଙ୍କ ସମେତ ଦେଶର ୪୭ ଜଣ ଶିକ୍ଷକଙ୍କୁ ଭିଡିଓ କନଫରେନ୍ସିଂରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ଶିକ୍ଷକ ସମ୍ମାନରେ ସମ୍ମାନୀତ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।