ଭୁବନେଶ୍ୱର, ଲଘୁଚାପ ସୃଷ୍ଟି ହେବା କାରଣରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା କାରଣରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ଼୍ୟାମର ଗେଟ ଖୋଲା ଯାଉଛି । ଏହାଦ୍ବାରା ରାଜ୍ୟର କେତେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ଉପୁଜିଛି । ଏକର ଏକର ଚାଷ ଜମି ନଷ୍ଟ ହେବା ସହ ଘରଦ୍ୱାର ଭାଙ୍ଗି ଅନେକ କ୍ଷୟକ୍ଷତି ହୋଇଛି। ତେଣୁ ବନ୍ୟାରେ କ୍ଷତିଗ୍ରସ୍ତଙ୍କୁ ଉପଯୁକ୍ତ କ୍ଷତିପୂରଣ ମିଳିବ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି । ସମସ୍ତ ଜିଲ୍ଲାପାଳଙ୍କୁ କ୍ଷତିଗ୍ରସ୍ତ ରିପୋର୍ଟ ପ୍ରଦାନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ପୋଲିସ ତଦନ୍ତ ରିପୋର୍ଟ ଆସିବା ପରେ ବନ୍ୟାରେ ମୃତ୍ୟୁ ହୋଇଥିବା ଲୋକଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ଏସଆରସି କହିଛନ୍ତି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା