You are currently viewing ମାଡିଚାଲିଛି କରୋନା; ପୁଣି ୨୯୨୪ ଆକ୍ରାନ୍ତ ଚିହ୍ନଟ

ମାଡିଚାଲିଛି କରୋନା; ପୁଣି ୨୯୨୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଏହାରି ମଧ୍ୟରେ ରାଜ୍ୟରେ ଆଜି ସର୍ବାଧିକ ୨୯୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୦୫୦ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 

ଅନ୍ୟମାନଙ୍କୁ ଜଣାନ୍ତୁ।