ରାଜ୍ୟରେ କରୋନା ସ୍ଥିତି ନେଇ ଆଜି ପୁଣି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ରାଜ୍ୟ ସରକାରଙ୍କ ‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା । ରୋଗୀ ଓ କୋଭିଡ ଯୋଦ୍ଧାଙ୍କ ସହ ନିୟମିତ ଯୋଗଯୋଗ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରୋଗୀ ଓ କୋଭିଡ ଯୋଦ୍ଧଙ୍କଠାରୁ ମତାମତ ମଧ୍ୟ ଅଧିକାରୀମାନେ ସଂଗ୍ରହ କରିବେ । ମାସ୍କ ବ୍ୟବହାର ନକଲେ କଠୋର କାର୍ଯ୍ୟାନୁଷ୍ଠାନ ହେବ । ସ୍ୱାସ୍ଥ୍ୟ ପ୍ରତିଷ୍ଠାନ, ହଟସ୍ପଷ୍ଟ ଜିଲ୍ଲାରେ ଆଣ୍ଟିଜେନ ଟେଷ୍ଟ ହେବ । କୋଭିଡ ଯୋଦ୍ଧାଙ୍କୁ ଉପଯୁକ୍ତ ତାଲିମ ଦିଆଯିବ । ଭିଡିଓ କନଫରେନ୍ସିଂ ଜରିଆରେ ଉଚ୍ଚ ସ୍ତରୀୟ ବୈଠକରେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରି ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ସିଏସ, ଡିଜିପି ଓ ଉନ୍ନୟନ କମିସନର ପ୍ରମୁଖ ଉପସ୍ଥିତ ଥିଲେ ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ