ଭୁବନେଶ୍ୱର, ରାଜ୍ୟରେ ହୁ ହୁ ହୋଇ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୭୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୭୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୯୨୭ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
![You are currently viewing ରାଜ୍ୟରେ ୧୭୩୪ ଆକ୍ରାନ୍ତ ଚିହ୍ନଟ](https://ansodia.in/wp-content/uploads/2020/08/images-66.jpeg)