You are currently viewing ୧୧ ମୁଣ୍ଡ ନେଲା କରୋନା

୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ, କନ୍ଧମାଳ, ନୟାଗଡ,ମୟୂରଭଞ୍ଜ, ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।