୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ଆଜି ବର୍ଷାର ପରିମାଣ ବଢ଼ିବ ଓ ପଶ୍ଚିମ ଓଡ଼ିଶାର ଉପରୋକ୍ତ ୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରି ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାକୁ ଯଥା, ବରଗଡ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଏବଂ ଦେବଗଡ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ସୋନପୁର, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ, କେନ୍ଦୁଝର ଆଦି ଜିଲ୍ଲାଗୁଡିକରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରପାଯାଇଛି। ସେହିପରି ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସେସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।  

Leave A Reply

Your email address will not be published.