You are currently viewing ୯ ଜଣଙ୍କ ମୁଣ୍ଡ ନେଲା କରୋନା

୯ ଜଣଙ୍କ ମୁଣ୍ଡ ନେଲା କରୋନା

ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ଆଉ ୧୦ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା, ପୁରୀ ଓ ଯାଜପୁରରେ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । 

ଅନ୍ୟମାନଙ୍କୁ ଜଣାନ୍ତୁ।