You are currently viewing ଆଜି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଚାରି ଆଡେ଼ ମାଳ ମାଳ କରୋନା ରୋଗୀ। ପୁଣିଥରେ ରାଜ୍ୟରେ ଆଜି ୧୬୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମ, କେନ୍ଦୁଝର, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନାରେ ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।