You are currently viewing ଆଜି ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୮୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୮୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୨୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪,୦୩୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ୭୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।