You are currently viewing ଆଳିରେ ଡଙ୍ଗା ବୁଡି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଆଳିରେ ଡଙ୍ଗା ବୁଡି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(୨୭.୪.୨୩) ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି। ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।