You are currently viewing ଆସୁଛନ୍ତି ମହାମହିମ…

ଆସୁଛନ୍ତି ମହାମହିମ…

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ବର : ପୁଣି ଓଡିଶା ଆସିବେ ମହାମହିମ । ଆସନ୍ତା ୨୬ ଓ ୨୭ ତାରିଖରେ ଓଡିଶାରେ ଦୁଇଟି କାର୍ଯ୍ୟକ୍ରମ ରହିଛି । ୨୬ରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉତ୍ସବର ଉଦଯାପନୀ ସମାରୋହ ଅନୁଷ୍ଠିତ ହେବ । ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଯେଉଁଥବପାଇଁ ଆଜି ଏସସିବି କଲେଜ କାଉନସିଲ ବୈଠକ ଡକାଯାଇଛି । ଏହାପରେ ୨୭ ତାରିଖରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭଦ୍ରକ ମହାବିଦ୍ୟାଳୟ ଓ ପ୍ରଶାସନ ଚଳଚଂଚଳ ହୋଇପଡ଼ିଛି । ସୁଚନାଅନୁସାରେ ଗତ ମେ’ ୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଆସିଥିଲେ। ୪ ତାରିଖରେ ଶ୍ରୀମତୀ ମୁର୍ମୁ ନିଜ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ ଯାଇ ସେଠାରେ ବିଭିନ୍ନ କାର‌୍ୟ୍ୟକ୍ରମରେ ଯୋଗ ଦେଇଥିଲେ।

ଅନ୍ୟମାନଙ୍କୁ ଜଣାନ୍ତୁ।