You are currently viewing ପୁଣି ୧୩୭୬ ଆକ୍ରାନ୍ତ ଚିହ୍ନଟ

ପୁଣି ୧୩୭୬ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୩୭୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୮୯ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।