You are currently viewing ରାଜ୍ୟରେ ଆଜି ୧୨ଜୀବନ ନେଲା କରୋନା

ରାଜ୍ୟରେ ଆଜି ୧୨ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର ଓ ଢେଙ୍କାନାଳରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୂଆପଡା ସୁନ୍ଦରଗଡ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।