You are currently viewing ରାଜ୍ୟରେ କରୋନା ନେଲା ୧୪ ଜୀବନ

ରାଜ୍ୟରେ କରୋନା ନେଲା ୧୪ ଜୀବନ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ସମ୍ବଲପୁର, ବରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।