You are currently viewing ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ବର : ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭବନା ରହିଛି । ଏବେ ମୌସୁମୀ ସ୍ୱଭାବିକ ସ୍ଥିତିକୁ ଫେରୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବର୍ଷା ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।