You are currently viewing ଆଜି ୧୦ ଜୀବନ ନେଲା କରୋନା

ଆଜି ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରେ ୪ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।