You are currently viewing ରାଜ୍ୟରେ ଆଜି ୧୦ ମୁଣ୍ଡ ନେଇଛି କରୋନା

ରାଜ୍ୟରେ ଆଜି ୧୦ ମୁଣ୍ଡ ନେଇଛି କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଆଜି ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ୨, କଟକ, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।