You are currently viewing ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

  • Post category:ଓଡିଶା
  • Reading time:1 mins read

ବାଲେଶ୍ୱର(ଏଏନଏସ)୦୩/୦୫, ଦୁର୍ଘଟଣାସ୍ଥଳକୁ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମୃତକଙ୍କ ପରିବାରକୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ଭୁବନେଶ୍ୱର ଓ କୋଲକାତାରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏନଡିଆରଏଫ, ରାଜ୍ୟ ସରକାରଙ୍କ ଉଦ୍ଧାରକାରୀ ଦଳ ସହ ବାୟୁସେନାକୁ ମଧ୍ୟ ସୁରକ୍ଷା କାର୍ଯ୍ୟରେ ନିୟୋଜିତ କରାଯାଇଛି।  ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହାତ ହୋଇଥିବା ଲୋକଙ୍କୁ ୫୦,୦୦୦ ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି ଘୋ‌ଷଣା କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।