ଆଜି ୧୧ ଜୀବନ ନେଲା କରୋନା
ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ କଟକରୁ ୩, ଭୁବନେଶ୍ୱରରୁ ୨, ବଲାଙ୍ଗୀର, ଜୟପୁର, କନ୍ଧମାଳ, କେନ୍ଦୁଝର, ନୟାଗଡ଼, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।