ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୬୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ମାଲକାନଗିରି ଓ ମୟୁରଭଞ୍ଜରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରୁ ୨, ଝାରସୁଗୁଡା, ଯାଜପୁର, କେନ୍ଦୁଝର, ରାୟଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.