You are currently viewing କରୋନାରେ ଆଖି ବୁଜିଲେ ଆଉ ୧୨

କରୋନାରେ ଆଖି ବୁଜିଲେ ଆଉ ୧୨

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରୁ ୩ ଜଣ, ଅନୁଗୁଳରୁ ୨, ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।