You are currently viewing ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା

ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ , ଅନୁଗୁଳ, କନ୍ଧମାଳ, ସମ୍ବଲପୁର, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।