ରାଜ୍ୟରେ ଆଜି ୧୨ କରୋନାରେ ମୃତ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର, ଝାରସୁଗୁଡା, ନୂଆପଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନବରଙ୍ଗପୁର, ପୁରୀ, ସୁନ୍ଦରଗଡ, ସମ୍ବଲପୁର, କଟକ, ଗଞ୍ଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.