You are currently viewing ରାଜ୍ୟରେ କରୋନାରେ ୧୪ ମୃତ

ରାଜ୍ୟରେ କରୋନାରେ ୧୪ ମୃତ

ଭୁବନେଶ୍ୱର-୩୦.୦୪.୨୦୨୧, ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କୋରାପୁଟ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ରାୟଗଡ଼ା ଓ ଖୋର୍ଦ୍ଧାରୁ ୨ ଲେଖାଏଁ , ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ ବୋଲି ଜଣାପଡିଛି | ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଏଠାରେ ସୂଚନା ଯୋଗ୍ୟ ଯେ, ଆଜି ରାଜ୍ୟରୁ ୮୬୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪୯୪୮ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୭୩୩ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।