You are currently viewing ରାଜ୍ୟରେ ୧୫ ଜୀବନ ନେଲା କରୋନା

ରାଜ୍ୟରେ ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁନ୍ଦରଗଡ, ମୟୂରଭଞ୍ଜ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ବୌଦ୍ଧ, ବରଗଡ, ପୁରୀ, ଝାରସୁଗୁଡା, କନ୍ଧମାଳ, ସମ୍ବଲପୁର, ଗଜପତି, ବାଲେଶ୍ୱରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।