You are currently viewing ରାଜ୍ୟରେ ୧୬ ଜୀବନ ନେଲା କରୋନା
In the Hospital Sick Male Patient Sleeps on the Bed. Heart Rate Monitor Equipment is on His Finger.

ରାଜ୍ୟରେ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ନୟାଗଡରୁ ୩, କଟକ ଓ ବାଲେଶ୍ୱରରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।