You are currently viewing ରାଜ୍ୟରେ ୧୬ ଜୀବନ ନେଲା କରୋନା

ରାଜ୍ୟରେ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ କରୋନା ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୩, କଟକରୁ ୨, ଅନୁଗୁଳ, ବୌଦ୍ଧ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।