You are currently viewing ରାଜ୍ୟରେ ୧୬ ଜୀବନ ନେଲା କରୋନା

ରାଜ୍ୟରେ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱର ଓ ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି, ମୟୂରଭଞ୍ଜ ଓ ନୟାଗଡରୁ ୨ ଜଣ ଲେଖାଏଁ, ସୁନ୍ଦରଗଡ ଓ ଝାରସୁଗୁଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।