ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱରରୁ ୩, ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନୟାଗଡ ଓ ସୁବଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
