You are currently viewing ଆଜି କରୋନାରେ ଆଖି ବୁଜିଲେ ୧୭ଜଣ

ଆଜି କରୋନାରେ ଆଖି ବୁଜିଲେ ୧୭ଜଣ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୪, ଭୁବନେଶ୍ୱରରୁ ୩, ଅନୁଗୁଳରୁ ୨, ଢେଙ୍କାନାଳ, କଳାହାଣ୍ଡି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।