You are currently viewing ରାଜ୍ୟରେ ଆଜି ୧୭ଜୀବନ ନେଲା  କରୋନା

ରାଜ୍ୟରେ ଆଜି ୧୭ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ମୟୁରଭଞ୍ଜ, ସମ୍ବଲପୁର, କଟକ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।