ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଆଜି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁରରୁ ୩, ବରଗଡ଼ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.