ରାଜ୍ୟରେ ଆଜି ୧୭ ଜୀବନ ନେଲା କରୋନା
ଭୁବନେଶ୍ୱର, ରାଜ୍ୟରେ କରୋନା ମହାମାରୀ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱର ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଜଗତସିହପୁର, ପୁରୀ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ଭଦ୍ରକ,ଗଞ୍ଜାମ,ଯାଜପୁର, ମୟୂରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।