ରାଜ୍ୟରେ ୧୯ ଜୀବନ ନେଲା କରୋନା

ଭୁବନେଶ୍ୱର -୧୩.୦୫.୨୦୨୧, ରାଜ୍ୟରେ କରୋନାରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ,ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ,ବାଲେଶ୍ବର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫୧କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୧୦ ହଜାର ୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୫,୯୬୫ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୪୬୮୪ ରହିଛି ।

Leave A Reply

Your email address will not be published.