ଭୁବନେଶ୍ୱର-07.05.2021,ରାଜ୍ୟରେ କରୋନାରେ 19 ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଖୋର୍ଦ୍ଧାରୁ ୩ ଜଣ, ଭୁବନେଶ୍ବରରୁ ଜଣେ, ପୁରୀ ଓ ଗଞ୍ଜାମରୁ ୨ ଜଣ, ଅନୁଗୁଳ, କଟକ, ଗଜପତି, ଦେବଗଡ, ବଲାଙ୍ଗୀର, ଝାରସୁଗୁଡା ଓ କଳାହାଣ୍ଡିରେ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 2140କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ 12238 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 6914 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 5324 ରହିଛି।