ବଢିଲା ମୃତ୍ୟୁ ସଂଖ୍ୟା;ଦିନକରେ ୨୨ ମୃତ

ଭୁବନେଶ୍ୱର -୧୭.୦୫.୨୦୨୧, ରାଜ୍ୟରେ କରୋନାରେ ୨୨ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ରାୟଗଡ଼ା, ନୂଆପଡ଼ା, ସୁନ୍ଦରଗଡ଼, କୋରାପୁଟ ଓ ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳରୁ ୨ ଜଣ, ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୧୦ ହଜାର ୭୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୬୦୨୪ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୪୭୩୩ ରହିଛି ।

Leave A Reply

Your email address will not be published.