You are currently viewing ରାଜ୍ୟରେ ୨୯୮ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୨୯୮ କୋଭିଡ୍ ପଜିଟିଭ୍ ଚିହ୍ନଟ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର ୦୧/୦୧ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ ଜଣକୁ ବୃଦ୍ଧି ପାଇଛି । ସଂକ୍ରମିତଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ରହିଛନ୍ତି । ଆକ୍ଟିଭ୍ କେସ୍ ୧୮୧୪ଟି ରହିଥିବା ବେଳେ ୧୦୪୪୮୦୩ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।