You are currently viewing ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ପାଇଲେ ୩ ନୂଆ ବିଚାରପତି

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ପାଇଲେ ୩ ନୂଆ ବିଚାରପତି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏ ଏନ ଏସ) ୧୪.୧୦.୨୦୨୧, ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତିଙ୍କୁ ମିଳିଛି ନିଯୁକ୍ତି । ସୁପ୍ରିମକୋର୍ଟ କଲେଜିୟମ ସୁପାରିସ୍ ଆଧାରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଉ ୩ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦେଇଛନ୍ତି । ଵିଚାରପତିମାନେ ହେଲେ ଆଡଭୋକେଟ୍ ମୃଙ୍ଗାଙ୍କ ଶେଖର ସାହୁ, ଜୁଡିସିଆଲ ଅଫିସର ରାଧାକାନ୍ତ ପଟ୍ଟନାୟକ ଓ ଶଶୀକାନ୍ତ ମିଶ୍ର । ଆଜି କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସେମାନଙ୍କର ବରିଷ୍ଠତା ଭିତ୍ତିରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି । ଏହି ୩ଜଣ ନୂଆ ବିଚାରପତି ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ମୋଟ ବିଚାରପତିଙ୍କ ସଂଖ୍ୟା ୧୭ ।

ଅନ୍ୟମାନଙ୍କୁ ଜଣାନ୍ତୁ।