You are currently viewing ଆଜି କରୋନାରେ ୩୩ ଜଣଙ୍କ ଜୀବନ ନେଲା କରୋନା

ଆଜି କରୋନାରେ ୩୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର -୨୮.୦୫.୨୦୨୧, ରାଜ୍ୟରେ ଆଜି କରୋନାରେ ୩୩ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୫, ସୁନ୍ଦରଗଡ଼ରେ ୪, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ , ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୬୫୧କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୭ ହଜାର ୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪,୦୪୧ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩,୧୭୫ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।