You are currently viewing ବଢୁଛି କରୋନା ମୃତ୍ୟୁ; ଦିନକରେ କରୋନାରେ ୩୩ ମୃତ

ବଢୁଛି କରୋନା ମୃତ୍ୟୁ; ଦିନକରେ କରୋନାରେ ୩୩ ମୃତ

ଭୁବନେଶ୍ୱର -୨୫.୦୫.୨୦୨୧, ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଆଜି କରୋନାରେ ୩୩ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭ ଜଣ, ଅନୁଗୁଳ, କଳାହାଣ୍ଡି, ଝାରସୁଗୁଡାରୁ ୪ ଜଣ ଲେଖାଏଁ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ, ଦେବଗଡ଼, ଯାଜପୁର, କନ୍ଧମାଳ ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୧୦୯୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୬୧୭୮ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୪୭୬୧ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।