ଭୁବନେଶ୍ୱର, ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୩ ଜଣଙ୍କ ଜୀବନ ନେଲା କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧୮୭୬ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର, ଜଣେ କଟକ ଏବଂ ଜଣେ ନବରଙ୍ଗପୁର ଜିଲ୍ଲାର । ଯାହା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
