srimandir-

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା: ୪୪ ପ୍ଲାଟୁନ ଫୋର୍ସ ମୁତୟନ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏନେଇ ଶ୍ରୀକ୍ଷେତ୍ରରେ ୪୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ୧୨ ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ତାରିଖ ଦୁଇଟି ପର୍ଯ୍ୟାୟରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସାରା ସହରରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ଲୋକାର୍ପିତ ହେବ ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜିଠାରୁ ଆରମ୍ଭ ହେଉଛି ପୂଜାକାର୍ଯ୍ୟ। ୬ ଦିନବ୍ୟାପୀ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବର କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଉତ୍ସବର ପରିବର୍ତ୍ତିତ ତାରିଖ ଓ ଧାର୍ଯ୍ୟ ଶୁଭବେଳାକୁ ଶ୍ରୀମନ୍ଦିର ପରିଚାଳନା କମିଟି ଆଜି ଚୂଡ଼ାନ୍ତ ମୋହର ମାରିଛି । ଶୁକ୍ରବାର ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ବ୍ରାହ୍ମଣବରଣ, ଗୁଆଟେକା ଆଦି ନୀତି ସଂପନ୍ନ ପରେ ପୂଜା କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ କହିଛନ୍ତି । ଏଥିପାଇଁ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଯଜ୍ଞବେଦୀ ପ୍ରସ୍ତୁତି ଶେଷ ହୋଇଛି । ବେଦପାଠ ପାଇଁ ଚାରିଦ୍ୱାରରେ ବେଦମଣ୍ଡପ ତିଆରି ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।