voting

ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

  • Post category:ଓଡିଶା
  • Reading time:1 mins read

ଏଏନଏସ: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ଟି ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍। ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ।

ସୂଚନାଯୋଗ୍ୟ ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।

ଅନ୍ୟମାନଙ୍କୁ ଜଣାନ୍ତୁ।