ଜଳେଶ୍ୱର(ଏଏନଏସ)୧୮/୦୩, ପରୀକ୍ଷା ସରିବା ପରେ ଛାତ୍ରଛାତ୍ରୀଙ୍କୁ ଧରି ଫେରୁଥିବା ଏକ ଅଟୋ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଜଣେ ବୃଦ୍ଧାଙ୍କୁ ରକ୍ଷା କରିବାକୁ ଯାଇ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୫ ଛାତ୍ରଛାତ୍ରୀଙ୍କ ସମେତ ବୃଦ୍ଧାଜଣକ ବି ଗୁରୁତର ହୋଇଛନ୍ତି। ଏପରି ଦୁର୍ଘଟଣା ଆଜି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଧୀନ ପାଟଣା ଛକ ନିକଟରେ ଘଟିଛି। ସମସ୍ତ ଆହତ ଛାତ୍ରଛାତ୍ରୀ ଜଳେଶ୍ୱର ସରସ୍ୱତୀ ଶିଶୁ ମନ୍ଦିରର ବିଦ୍ୟାର୍ଥୀ ବୋଲି ଜଣାଯାଇଛି । ସୂଚନାଯୋଗ୍ୟ ଯେ, ରାଜଘାଟ-ଜଳେଶ୍ବର ରାସ୍ତାରେ ଜଣେ ବୃଦ୍ଧାଙ୍କୁ ରକ୍ଷା କରିବାକୁ ଯାଇ ରାସ୍ତା କଡ ପାଚେରୀରେ ପିଟିହେଲା ଅଟୋ । ଦଶମ ଶ୍ରେଣୀ ପରୀକ୍ଷା ଦେଇ ଫେରୁଥିବା ଛାତ୍ରୀ ବୋଝେଇ ଯାତ୍ରୀବାହୀ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଅଟୋରେ ଥିବା ୫ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ବୃଦ୍ଧା ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଜଳେଶ୍ବର ଜି.କେ. ଭଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବେଳେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି । ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାଯାଇଛି।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ